ସମ୍ବଲପୁର: ଶୀତଳ ଭଣ୍ଡାରରେ ଅଗ୍ନିକାଣ୍ଡ। ସମ୍ବଲପୁର କୁଚିଣ୍ଡା ବାମରା ନିକଟରେ ଥିବା ଶୀତଳ ଭଣ୍ଡାରରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡରେ ୧୦ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି। ଗୋବିନ୍ଦପୁର, ଲଇକେରା ଏବଂ କିରମିଲ୍ଲାରୁ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି। ପ୍ରାୟ ୫୦ ପ୍ରତିଶତ ନିଆଁ ଆୟତ୍ତ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।










