30.1 C
Bhubaneswar
Monday, February 16, 2026
Homeଓଡିଶାଆସନ୍ତାକାଲିଠୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ । ଆଗାମୀ ବଜେଟ ଅଧିବେଶନ ପାଇଁ ପୂର୍ବାହ୍ନ ୧୧ଟା ୩୦ରେ ସର୍ବଦଳୀୟ ବୈଠକ ବସିବ । ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଉଭୟ ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହଯୋଗ ଲୋଡିବେ ବାଚସ୍ପତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକରେ ସମନ୍ୱୟ ରକ୍ଷା ପାଇଁ ଆଲୋଚନା ହୋଇପାରେ । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ୨୦ରେ ୨୦୨୬-୨୭ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅନ୍ୟପଟେ ବିଧାନସଭାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ ହଙ୍ଗାମା କରିପାରନ୍ତି । ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା, ମହାନଦୀ ଜଳବିବାଦ ପ୍ରସଙ୍ଗ ଏସବୁ ପ୍ରସଙ୍ଗ ଉପରେ ଆଲୋଚନା କରିବାର ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking