17.1 C
Bhubaneswar
Thursday, February 19, 2026
Homeଓଡିଶାମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ। ନିର୍ବାଚନ ନେଇ ପ୍ରେସନୋଟ ଜାରି କଲେ ଇସିଆଇ । ୧୦ଟି ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି । ଓଡିଶାର ୪ ଆସନ ପାଇଁ ମଧ୍ୟ ହେବ ନିର୍ବାଚନ। ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୬ରେ ଯାଞ୍ଚ କରାଯିବ । ସେହିପରି ମାର୍ଚ୍ଚ ୯ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ମ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଅପରାହ୍ମ ୫ଟାରେ ଭୋଟ ଗଣତି ହେବ । ଓଡିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛିି । ମମତା ମହନ୍ତ, ନିରଞ୍ଜନ ବିଶି, ମୁନ୍ନା ଖାଁ, ସୁଜିତ କୁମାର ଏହି ସାଂସଦଙ୍କ କାର୍ଯ୍ୟକାଳ ସରୁଥିବାରୁ ୧୬ ତାରିଖ ଦିନ ନିର୍ବାଚନ ପାଇଁ ଏହା ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking