ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି । ଏହି ପରୀକ୍ଷା ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ । ସକାଳ ୯ରୁ ଆରମ୍ଭ ହୋଇ ସାଢେ ୧୧ ଯାଏଁ ଚାଲିବ । ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ସମସ୍ତ ପରୀକ୍ଷା କେନ୍ଦ୍ରରେ ଏଆଇ ଯୁକ୍ତ ସିସିଟିଭି କ୍ୟାମେରା ଲଗାଯାଇଛି । କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ୩୭ଟି ସ୍କ୍ୱାଡ ଓ ଜିଲ୍ଲା ସ୍ତରରେ ୭୨ଟି ସ୍କ୍ୱାଡ ହୋଇଛି । ଫ୍ଲାଇଂ ସ୍କ୍ୱାଡ, ଷ୍ଟାଟିକ ସର୍ଭେଲାନ୍ସ ଟିମ ଗଠନ କରାଯାଇଛି । ପରୀକ୍ଷା ଦିନ ସକାଳୁ ସ୍ୱତନ୍ତ୍ର ଟିମ ଦ୍ୱାରା ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ବୋର୍ଡ ଷ୍ଟ୍ରଙ୍ଗରୁମରୁ ପରୀକ୍ଷା ପ୍ରଶ୍ନପତ୍ର ନୋଡାଲ ସେଣ୍ଟରକୁ ପଠାଯିବ । ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।










