33.1 C
Bhubaneswar
Thursday, February 26, 2026
Homeଓଡିଶା୨୮ରେ କଂଗ୍ରେସର ରାଜ୍ୟସଭା ନିଷ୍ପତ୍ତି

୨୮ରେ କଂଗ୍ରେସର ରାଜ୍ୟସଭା ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ କହିଛନ୍ତି । ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି କହିଲେ । ସୂଚନାଥାଉକି,ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ରହିଛି । ମାର୍ଚ୍ଚ ୬ ରେ ନାମାଙ୍କନ ଯାଞ୍ଚ ହେବ । ମାର୍ଚ୍ଚ ୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ରେ ରାଜ୍ୟସଭା ନିର୍ବାର୍ଚନ ହେବ । ଓଡିଶାର ୪ ଆସନ ପାଇଁ ହେବ ନିର୍ବାଚନ । ଓଡିଶା ସମେତ ୧୦ ରାଜ୍ୟରେ ଖାଲି ହେଉଛି ୩୭ ଆସନ । ଓଡିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛିି । ମମତା ମହନ୍ତ, ନିରଞ୍ଜନ ବିଶି, ମୁନ୍ନା ଖାଁ, ସୁଜିତ କୁମାର ଏହି ସାଂସଦଙ୍କ କାର୍ଯ୍ୟକାଳ ସରୁଛିି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking