33.1 C
Bhubaneswar
Friday, February 27, 2026
Homeଓଡିଶାଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଆଚାର୍ଯ୍ୟ ହରିହର ପାର୍କରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ଶିକ୍ଷାବିତ ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଆଜି ଲୋକାର୍ପିତ ହୋଇଯାଇଛି।ଆଜି ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ଆଚାର୍ଯ୍ୟ ହରିହର ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପିତ କରିବା ସହ ଆଚାର୍ଯ୍ୟ ହରିହରଙ୍କ ସ୍ମୃତିଚାରଣ କରିଥିଲେ।ଆଚାର୍ଯ୍ୟ ହରିହର ଥିଲେ ସମାଜସେବା ଓ ଶିକ୍ଷା କ୍ଷେତ୍ରରେ ଜଣେ ଅନିର୍ବାଣ ଆଲୋକଶିଖା। ସ୍ୱାଧୀନତା ସଂଗ୍ରାମରେ ମଧ୍ୟ ସେ ସକ୍ରିୟ ଭୂମିକା ନିର୍ବାହ କରିଥିଲେ। ଆଚାର୍ଯ୍ୟ ହରିହରଙ୍କ ଆଦର୍ଶରେ ଆଜିର ଯୁବପିଢ଼ି ଅନୁପ୍ରାଣିତ ହୁଅନ୍ତୁ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।ଆଜି ପୁଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଉପ ନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ, ଶିକ୍ଷାବିତ, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ରହି ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking