28.1 C
Bhubaneswar
Thursday, March 5, 2026
Homeଓଡିଶାମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ରେ ପ୍ରସ୍ତାବିତ ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking