30.1 C
Bhubaneswar
Sunday, March 8, 2026
Homeଓଡିଶାସରଣ୍ଡା ଜଙ୍ଗଲରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ

ସରଣ୍ଡା ଜଙ୍ଗଲରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ

ସୁନ୍ଦରଗଡ଼ : ସରଣ୍ଡା ଜଙ୍ଗଲରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ। ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସୁରକ୍ଷାବଳ ଓ ମାଓବାଦୀଙ୍କ ମଧ୍ୟରେ ଘମାଘୋଟ ଗୁଳି ବିନିମୟ ହୋଇଛି । ସ୍ଥାନୀୟ ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସରଣ୍ଡା ଜଙ୍ଗଲର କୁମଡ଼ିହ ଓ କୋଲବୋଙ୍ଗା ଅଞ୍ଚଳରେ ମାଓବାଦୀଙ୍କ ଏକ ଦଳ ଥିବା ସୂଚନା ପାଇ ଯବାନ ମାନେ ଆଜି ସକାଳେ ସେମାନଙ୍କୁ ଘେରି ଯାଇଥିଲେ । ପରେ ଉଭୟ ପକ୍ଷରୁ ଗୁଳିବର୍ଷା ଆରମ୍ଭ ହୋଇଥିଲା। ଜଙ୍ଗଲ ଭିତରୁ ଲଗାତାର ଗୁଳିଗୋଳା ଶବ୍ଦ ଶୁଣି ନିକଟସ୍ଥ ଗାଁ ଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଦିନକ ତଳେ ସିଆର୍‌ପିଏଫ୍ ଡିଜିଚାଇଁବସା ଗସ୍ତରେ ଆସି ନକ୍ସଲ ବିରୋଧୀ ଅଭିଯାନକୁ ଆହୁରି ତୀବ୍ର କରିବାକୁ ସୁରକ୍ଷାବଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହାର ୨୪ ଘଣ୍ଟା ମଧ୍ୟରେ ସରଣ୍ଡା ଜଙ୍ଗଲରୁ ଏଭଳି ଗୁଳି ବିନିମୟ ଖବର ଆସିବାରୁ ଅଞ୍ଚଳରେ ଚର୍ଚ୍ଚା ବଢ଼ିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking