25.1 C
Bhubaneswar
Tuesday, March 10, 2026
Homeଓଡିଶାଗୋପବନ୍ଧୁ ପ୍ରଶାସନ ଏକାଡେମୀରେ ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଗୋପବନ୍ଧୁ ପ୍ରଶାସନ ଏକାଡେମୀରେ ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଭୁବନେଶ୍ୱର: ଗୋପବନ୍ଧୁ ପ୍ରଶାସନ ଏକାଡେମୀ ପରିସରରେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ଅଧୀନରେ ନବନିଯୁକ୍ତ ହୋଇଥିବା ସହକାରୀ ଶ୍ରମ ଅଧିକାରୀମାନଙ୍କ (ଓସିଏସ୍ ୨୦୨୩ ବ୍ୟାଚ୍) ପାଇଁ ଏକ ତିନି ମାସିଆ ସ୍ୱତନ୍ତ୍ର ତାଲିମ୍ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେ ନିଜ ଅଭିଭାଷଣରେ ନବନିଯୁକ୍ତ ଅଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହି ପ୍ରତିଷ୍ଠିତ ଅନୁଷ୍ଠାନରୁ ଉପଯୁକ୍ତ ତାଲିମ୍ ଗ୍ରହଣ କରି ଆଗାମୀ ଦିନରେ ନିଷ୍ଠା ଓ ସମର୍ପଣର ସହ ଜନସାଧାରଣଙ୍କ ସେବା କରିବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗୋପବନ୍ଧୁ ପ୍ରଶାସନ ଏକାଡେମୀର ମହାନିର୍ଦ୍ଦେଶକ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ୍ ଯୋଗ ଦେଇ ଅଧିକାରୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ କାର୍ଯ୍ୟକ୍ଷେତ୍ରରେ ସ୍ୱଚ୍ଛତା ଓ ସାଧୁତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିବା ସହ ନିଜର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ଉପଦେଶ ଦେଇଥିଲେ। ପୂର୍ବରୁ ଅନୁଷ୍ଠାନର ଉପ-ମହାନିର୍ଦ୍ଦେଶକ ମୋନାଲିସା ଲେଙ୍କା କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ରୂପରେଖ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିବା ବେଳେ ଶେଷରେ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ସମାରୋହରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ମଧୁମିତା ନାଏକ, ଅତିରିକ୍ତ ଶାସନ ସଚିବ ଶ୍ରୀ ରାଜେଶ ଅଗ୍ରୱାଲ ଏବଂ ଅତିରିକ୍ତ ଶ୍ରମ କମିଶନର ଶ୍ରୀ ମଦନ ମୋହନ ପାଇକଙ୍କ ସମେତ ବିଭାଗର ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ନବନିଯୁକ୍ତ ଅଧିକାରୀମାନଙ୍କୁ ଉତ୍ସାହିତ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking