25.1 C
Bhubaneswar
Monday, March 16, 2026
Homeଓଡିଶାଏସ.ସି.ବି ଆଇ.ସି.ୟୁ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ଏସ.ସି.ବି ଆଇ.ସି.ୟୁ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର: ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡ ରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇ ସି ୟୁ ରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀ ମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଗଣମାଧ୍ୟମ ଆଗରେ ପ୍ରତୀକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଜ୍ୟର ସମସ୍ତ ହସ୍ପିଟାଲ ଗୁଡିକରେ ଅଗ୍ନୀ ନିର୍ବାପକ ବ୍ୟବସ୍ଥା କରିବାପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବଜେଟ୍ ରେ ମଧ୍ଯ ଏଥି ପାଇଁ ୩୨୦ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା କରାଯାଇଥିଲା । ହସ୍ପିଟାଲ ଗୁଡିକରେ ଅଗ୍ନି ନୀର୍ବାପକ କାମ ଜାରି ରହିଚି ।ଏଥିପାଇଁ ଆଗାମୀ ବଜେଟ୍ ରେ ମଧ୍ଯ ୪୦୦ କୋଟି ଟଙ୍କା ର ପ୍ରାବଧାନ କରାଯାଇଛି ।ଏସ ସି ବି ମେଡିକାଲ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରି ତୁରନ୍ତ ଅଗ୍ନି ଅନୁପାଳନକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଗ୍ନିଶମ ମହା ନିର୍ଦ୍ଦେଶକ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking