25.1 C
Bhubaneswar
Monday, March 16, 2026
Homeଓଡିଶାଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ବିଜେପିର ଶୋକ

ଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର:  କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଅଗିକାଣ୍ଡ ଯୋଗୁ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସ୍ୱର୍ଗତଃ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁପରିଜନଙ୍କୁ ସମବେଦନା ଜଣାଇବା ସହ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି। ଏଥିସହ ଗୁରୁତରମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିବାବେଳେ ସମସ୍ତ ପ୍ରକାର ସହଯୋଗ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking