31.1 C
Bhubaneswar
Tuesday, March 17, 2026
Homeଓଡିଶାବିରୋଧୀଙ୍କ ହଟ୍ଟଗୋଳ: ୪ଟା ଯାଏଁ ଗୃହ ମୁଲତବୀ

ବିରୋଧୀଙ୍କ ହଟ୍ଟଗୋଳ: ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭାରେ ଏସସିବି ପ୍ରସଙ୍ଗରେ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ । ବେଶ ସରଗରମ ଦେଖାଦେଇଛି ଗୃହ । ଏନେଇ ବାଚସ୍ପତି ସୁରମା ପାଢୀ ଅପରାହ୍ନ ୪ଟା ଯାଁ ଗୃହକୁ ମୁଲତବୀ କରିଛନ୍ତି । ସୂଚନାଥାଉକି, ଗତକାଲି ବିଳମ୍ବିତ ରାତିରେ ଏସସିବି ମେଡିକାଲରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ଯେଉଁଥିରେ ଏଯାଏ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାକୁ କେନ୍ଦ୍ର କରି ଆଜି ବିଧାନସଭାରେ ବିରୋଧୀ ଶାସକ ଦଳକୁ ଟାର୍ଗେଟ କରିଛନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହାତରେ ପ୍ଲାକାର୍ଡ ଧରି, ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ନାରାବାଜି କରିଥିଲେ ବିରୋଧୀ । ଫଳରେ ଗୃହ ଅଚଳ ରହିଥିଲା । ଧୋଇ ହୋଇଯାଇଥିଲା ପ୍ରଶ୍ନକାଳ । ସେନେଇ ବାଚସ୍ପତି ୧୨ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଥିଲେ । ମୁଲତବୀ ପରେ ପୁଣି ଗୃହ ଆରମ୍ଭରୁ ସମାନ ସ୍ଥିତି ଦେଖାଦେବାରୁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking