ପୁରୀ: ବସଷ୍ଟାଣ୍ଡରେ ହୁତ୍ ହୁତ୍ ହୋଇ ଜଳିଗଲା ଯାତ୍ରୀବାହୀ ବସ୍ । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ବସଷ୍ଟାଣ୍ଡରେ । ସୂଚନା ମିଳିବା ପରେ ତୁରନ୍ତ ପୁରୀ ଅଗ୍ନିଶମ ଓ ଶ୍ରୀଜଗନ୍ନାଥ ଅଗ୍ନିଶମ କେନ୍ଦ୍ରର ୪ ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସୌଭାଗ୍ୟବଶତଃ ଅଗ୍ନିକାଣ୍ଡରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଗତକାଲି ରାତିରେ ପୁରୀ ବସଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଏକ ଘରୋଇ ବସ୍ ରେ ନିଆଁ ଲାଗି ଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ । ତେବେ ବସଷ୍ଟାଣ୍ଡରେ ଅନେକ ଗୁଡିଏ ବସ୍ ଲାଇନ୍ ହୋଇ ରହିଥିବା ବେଳେ ଅଗ୍ନିଶମ ବିଭାଗର ତ୍ୱରିତ ପଦକ୍ଷେପ ଯୋଗୁଁ ଅନ୍ୟ ବସ୍ ରେ ନିଆଁ ଲାଗିବାରୁ ବର୍ତ୍ତି ଯାଇଥିଲା ।










