ବାଲେଶ୍ୱର: ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା ଉପରେ ଯୁବକଙ୍କ ମୃତଦେହ ପଡି ରହିଥିବା ବେଳେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ମଙ୍ଗଳବାର ଭୋର ସମୟରେ ଘଟିଛି ଏଭଳି ଘଟଣା । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସ୍ଥାନୀୟ ଲୋକେ ଆମ୍ୁଲାନ୍ସ ଓ ପୋଲିସକୁ ଖବର ଦେଇଥିଲେ । ପରେ ତାଙ୍କୁ ନିଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏପଟୋ ପୋଲିସ ତଦନ୍ତ ଜାରି ରଖିଛି ।










