42.9 C
Bhubaneswar
Wednesday, June 10, 2026
Homeଓଡିଶାରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହେବାକୁ ଯାଉଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଏହି ପର୍ବ ପାଳନ ସମୟରେ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଗତବର୍ଷ ୨୦୨୫ ରେ ପୋଲିସର ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଯୋଗୁଁ ଶାନ୍ତିଶୃଙ୍ଖଳା ସହିତ ଏହି ପର୍ବ ପାଳନ ହୋଇଥିଲା । ଚଳିତ ବର୍ଷ ମଧ୍ୟ ବ୍ୟାପକ ପୋଲିସ ମୁତୟନ ସହ ଉପଯୁକ୍ତ ପରିଚାଳନା ମାଧ୍ୟମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ ଚନ୍ଦ୍ରଙ୍କ ସ୍ୱନକ୍ଷତ୍ର ଦିବସକୁ ଶ୍ରୀରାମ ନବମୀ ଭାବରେ ସାରା ଦେଶରେ ଅତ୍ୟନ୍ତ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ ହୋଇଥାଏ । ଆଧ୍ୟାତ୍ମିକତାର ଏହି ପର୍ବରେ ଓଡ଼ିଶାରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେପରି ବିନା କୌଣସି ଦ୍ୱିଧାରେ ସମ୍ପୂର୍ଣ୍ଣ ଭାବେ ଶାନ୍ତିର ସହ ପାଳନ କରିବେ ତାହା ସୁନିଶ୍ଚିତ କରିବା ପୋଲିସ ପ୍ରଶାସନର ଦାୟିତ୍ୱ । ତେଣୁ, ଏହି ସମୟରେ ସମସ୍ତେ ଯେପରି ସୁରୁଖୁରୁରେ ପର୍ବ ପାଳନ କରିବେ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉପଦେଷ୍ଟା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ଆଇନ ଓ ଶୃଙ୍ଖଳା ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର, ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର୍.ପି. କୋଚେ, ଭୁବନେଶ୍ୱର-କଟକ ପୋଲିସ କମିଶନର ଶ୍ରୀ ଦେବଦତ୍ତ ସିଂହ ପ୍ରମୁଖ ଆଲୋଚନା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking