32.1 C
Bhubaneswar
Saturday, March 28, 2026
Homeଦେଶ ବିଦେଶଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶନିବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି । ଦିଲ୍ଲୀ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା ସହ ଅନେକ କାର୍ଯ୍ୟକ୍ରମ ରହିି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ସୂଚନା ଦିଆଯାଇଛି । ତେବେ ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇସାରିବା ପରେ ମନମୋହନ ସାମଲଙ୍କର ଏହା ପ୍ରଥମ ଦିଲ୍ଲୀ ଗସ୍ତ । ଏହି ଗସ୍ତରେ ସେ ପାର୍ଟିର ବରିଷ୍ଠ ନେତାଙ୍କ ସହ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିପାରନ୍ତି । ସେହିପରି ରାଜ୍ୟ ସରକାରକୁ ଆଉ କେଇଟା ପରେ ପୂରିବ ୨ ବର୍ଷ । ତଥାପି ଏଯାଏଁ କାଲି ଥିବା ମନ୍ତ୍ରୀପଦ ପୂରଣ ହୋଇନାହିଁ । ଏପରିକି ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ମଧ୍ୟ ଖାଲି ରହିି । ଏହି ଗସ୍ତ ଅବସରରେ ଏହି ପ୍ରସଙ୍ଗ ନେଇ ଆଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking