31.1 C
Bhubaneswar
Monday, March 30, 2026
Homeଓଡିଶାରାଜ୍ୟରେ ୨ ଯାଏଁ ଝଡ଼ବର୍ଷା: ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ୨ ଯାଏଁ ଝଡ଼ବର୍ଷା: ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଝଡ଼ବର୍ଷା। ଦିନରେ ତାତି, ଆଉ ସନ୍ଧ୍ୟା ହେଲେ ବଦଳି ଯାଉଛି ପାଗ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେଉଛି। ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ଏଭଳି ପାଗ ରହିବ। ଝଡ଼ବର୍ଷା ନେଇ ଆଜି ୪ ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। କିଛି କିଛି ସ୍ଥାନରେ କୁଆପଥର ମାଡ଼ ସମ୍ଭାବନା ବି ରହିଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ଜନିତ ବର୍ଷା ଓ ପବନର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking