ନୂଆଦିଲ୍ଲୀ: ଓଡିଶା ଦିବସ ଉପଲକ୍ଷେ ଓଡିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି । ସାମାଜିକ ଗଣମାଧ୍ୟମ ଏକ୍ସରେ ଓଡିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶରେ ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇ ଆସିଛି । ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡିଶାବାସୀଙ୍କ ଭୂମିକା ବେଶ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ ଓଡିଶାବାସୀଙ୍କ ସୁଖ- ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଛି ।










