27.1 C
Bhubaneswar
Wednesday, April 1, 2026
Homeଓଡିଶାସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ

ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ । ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ । ୧୯୩୬ ମସିହା ଏପ୍ରିଲ ପହିଲାରେ ନବଗଠିତ ଓଡ଼ିଶା ହୋଇଥିଲା । ଏହି ନବଗଠିତ ଓଡ଼ିଶାର ବିନ୍ଧାଣୀ ମାନଙ୍କ ସ୍ମୃତିରେ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ ସ୍ମତନ୍ତ୍ର ପ୍ରଦେଶ ଗଠନ ପାଇଁ ମଧୁସୂଦନ ଦାଶ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ପ୍ରଥମେ ୬ଟି ଜିଲ୍ଲା ପୁରୀ, କଟକ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା । ଏହାପରେ ଧୀରେଧୀରେ ଜିଲ୍ଲା ସଂଖ୍ୟା ବଢ଼ିଥିଲା । ଆଜି ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯିବ । ଓଡ଼ିଆ ଅସ୍ମିତାକୁ ବଞ୍ଚାଇ ରଖିବା ପାଇଁ ରାଜ୍ୟ ସରକାର ୧୪ ଦିନ ବ୍ୟାପୀ ଏହି ଦିବସ ପାଳନ କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking