35.1 C
Bhubaneswar
Thursday, April 2, 2026
Homeଓଡିଶାପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ: ୩ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ: ୩ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପୁରୀ, ଗଜପତି ଓ ଗଞ୍ଜାମ ଆଦି ଉପକୂଳ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ହେତୁ ଗୁଳୁଗୁଳି ଏହି ଅଞ୍ଚଳରେ ଅଧିକ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଫଳରେ ତାପମାତ୍ରାଠାରୁ ଅଧିକ ଗରମ ଅନୁଭୂତ ହେଉଛି । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ରେକର୍ଡ ହୋଇଛି । କାଳ ବୈଶାଖୀ ବର୍ଷା ନେଇ ୩ ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି ଓ କୋରାପୁଟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହୋଇପାରେ ଏଣୁ ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି । ଅନ୍ୟପଟେ ଗତକାଲି ଅପେକ୍ଷା ଆଜି ରାଜ୍ୟର ଦିନ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking