34.1 C
Bhubaneswar
Thursday, April 2, 2026
Homeଓଡିଶାଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ

ସମ୍ବଲପୁର: ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା ପୂର୍ବରୁ ଜାନୁଆରୀ ୮, ମାର୍ଚ୍ଚ ୧ ଏବଂ ଏପ୍ରିଲ ୨ ତାରିଖରେ ଏଭଳି ତିନି ତିନିଥର ଧମକପୂର୍ଣ୍ଣ ମେଲ୍ ଆସିବା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପୂର୍ବକ ପୋଲିସ ସୁରକ୍ଷା ବାହିନୀ, ଦମକଳ ବାହିନୀ ସହ ବୋମା ନିଷ୍କ୍ରିୟକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଜିଲାକୋର୍ଟ ପରିସର ସହିତ ସିଭିଲ କୋର୍ଟ ଆଦି ସମଗ୍ର ଅଞ୍ଚଳକୁ ତନ୍ନତନ୍ନ କରି ଯାଞ୍ଚ କରିଛନ୍ତି ।ଏନେଇ ଅତିରିକ୍ତ ଏସପି ଅଜୟ କୁମାର ମିଶ୍ର କହିଛନ୍ତି, ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସମ୍ବଲପୁର ପୋଲିସ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking