କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । କଟକ ଜିଲ୍ଲା ବଡମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି । ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସରେ ଗତକାଲି ରାତିରେ ହାତୀ ପଶିଥିଲା । ହାତୀ ଘଉଡାଇବାକୁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ ନରେଶ । ବନ ବିଭାଗର ନାଇଟ ପାଟ୍ରୋଲିଂରେ ଅବହେଳା ଯୋଗୁଁ ଧନଜୀବନ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି । ସେପଟେ ଗାଁ ରାସ୍ତାରେ ଆଲୋକୀକରଣ ବ୍ୟବସ୍ଥା ନଥିବାରୁ ମୃତକଙ୍କ ପରିବାର ବଡମ୍ବା ଥାନା ଓ ବଡମ୍ବା ବନ ବିଭାଗ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ଉଭୟ ପୋଲିସ ଓ ବନ କର୍ମଚାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଅନ୍ୟପଟେ ମୃତକଙ୍କ ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇଦିଆଯିବ ବୋଲି ସ୍ଥାନୀୟ ବିଧାୟକ କହିଛନ୍ତି ।









