27.7 C
Bhubaneswar
Tuesday, April 7, 2026
Homeଓଡିଶାଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ !

ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ !

ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜାରି ରହିଛି । ଆଗାମୀ ୪ ଦିନ ଅର୍ଥାତ୍‌ ଏପ୍ରିଲ ୧୦ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ମଙ୍ଗଳବାର ରାଜ୍ୟର ୭ ଜିଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକକୁ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ପବନର ବେଗ ୫୦ରୁ ୬୦ କି.ମି. ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking