27.7 C
Bhubaneswar
Tuesday, April 7, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜୁଏଲ ଓରାମ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜୁଏଲ ଓରାମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ । ୩ ପ୍ରସଙ୍ଗ ନେଇ କରିଛନ୍ତ ଆଲୋଚନା । ରାଉରକେଲା ବିମାନ ବନ୍ଦର ସଂପ୍ରସାରଣ ବିଷୟରେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଜମି ଅଧିଗ୍ରହଣ କେତେ ଦୂର ଆଗେଇଛି ତାର ସମୀକ୍ଷା କରିଛନ୍ତି ।ସେହିପରି ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସଂପ୍ରାସରଣ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନ ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ସହ ୨୧ ତାରିଖରେ ମହାମହିମ ରାଷ୍ଟ୍ରପତିଙ୍କ ରାଉରେକଲା ଗସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି । ଅନ୍ୟପଟେ ଉଚ୍ଚ ଶିକ୍ଷାରେ ଏସସି ଏସଟି ଓ ପଛୁଆ ବର୍ଗଙ୍କୁ ସଂରକ୍ଷଣ ପାଇଁ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜୁଏଲ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking