ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବୁଧବାର ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ । ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ୱାମୀ । ଏୟାରଫିଲ୍ଡ ଥାନା କୁହାର ସ୍ୱସ୍ତି ନଗର ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି । ଖବର ପାଇ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି । ହତ୍ୟାକାଣ୍ଡର କାରଣ ଏଯାଏଁ ଅସ୍ପଷ୍ଟ ରହିଛି ।










