26.1 C
Bhubaneswar
Wednesday, April 15, 2026
Homeଓଡିଶା୧୨ରୁ ପାରଦ ଉପରମୁହାଁ: ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

୧୨ରୁ ପାରଦ ଉପରମୁହାଁ: ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର : କାଳବୈଶାଖୀ ପାଇଁ ତାତିରୁ ବଡ଼ ଆଶ୍ୱସ୍ତି ମିଳିଛି । ମାତ୍ର ଦୁଇଦିନ ପରେ ପୁଣି ଫେରିବ ତାତି ପ୍ରକୋପ । ଉପରମୁହାଁ ହେବ ପାରଦ । ୧୦ ତାରିଖବେଳକୁ ପଶ୍ଚିମ ଓଡ଼ିଶା ୪୦ ଡିଗ୍ରୀ ଡେଇଁବ । ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।ରାଜ୍ୟରେ ଗତ କିଛିଦିନ ହେବ ନିୟମିତ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ, ଘଡ଼ଘଡ଼ି ଲାଗି ରହିଛି । ଉପକୂଳ ତାପମାତ୍ରା ୩୫ ଡିଗ୍ରୀ ତଳେ ଓ ପଶ୍ଚିମ ଓଡ଼ିଶା ୪୦ ଡିଗ୍ରୀରୁ କମ୍ ରହିଛି । ଆସନ୍ତା ଦୁଇଦିନ ରାଜ୍ୟରେ କାଳବୈଶାଖୀ ପ୍ରକୋପ ରହିବ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ୱରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ ।ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking