ଭୁବନେଶ୍ୱର: ବିଜେପି ରାଜ୍ୟ ମନମୋହନ ସାମଲ ଆଜି କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏଥିରେ ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ୱତନ୍ତ୍ର ନମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ୩ ଜଣ କେନ୍ଦ୍ରମନ୍ତ୍ରୀ, ରାଜ୍ୟ କ୍ୟାବିନେଟର ମନ୍ତ୍ରୀ , ସାଂସଦ , ପୂର୍ବତନ ମନ୍ତ୍ରୀମାନେ ଏହି ତାଲିକାରେ ସ୍ଥାନ ପାଇଛନ୍ତି । ବିଜେଡି ଛାଡି ବିଜେପିରେ ମିଶିଥିବା କେତେକ ନେତାଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସାମିଲ କରାଯାଇଛି । ଏହାବାଦ କୁହାଯାଇଛି, ଦଳର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପ୍ରଭାରୀ, ଜିଲ୍ଲା ସଭାପତି, ରାଜ୍ୟ ପ୍ରବକ୍ତା, ବିଭିନ୍ନ ସେଲର ସଂଯୋଜକ ମାନେ ଏଥିରେ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ହୋଇଛନ୍ତି ।










