25.1 C
Bhubaneswar
Saturday, May 30, 2026
Homeଓଡିଶାଓଡ଼ିଆ ପକ୍ଷ : ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୀବନୀକୁ ନେଇ ଆଲୋଚନା...

ଓଡ଼ିଆ ପକ୍ଷ : ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୀବନୀକୁ ନେଇ ଆଲୋଚନା ଚକ୍ର ଆୟୋଜିତ

ଭୁବନେଶ୍ୱର:  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ “କର୍ମବୀର ଗୌରୀଶଙ୍କର ରାୟ : ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅବଦାନ” ଶୀର୍ଷକକୁ ନେଇ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା। ଉକ୍ତ ଆଲୋଚନା ଚକ୍ରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ସଚିବ ତଥା ମୁଖ୍ୟ ଆୟୁକ୍ତ, ଆୟକର ବିଭାଗ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ସ୍ତମ୍ଭକାର ଶ୍ରୀ ପ୍ରହଲ୍ଲାଦ ସିଂହ, ପ୍ରାକ୍ତନ ଅଧ୍ୟାପକ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଡ଼. ନିହାର ରଞ୍ଜନ ପଟ୍ଟନାୟକ, ବିଶିଷ୍ଟ ଲେଖକ ଡ଼. ସଂଗ୍ରାମ ଜେନା ପ୍ରମୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇଥିଲେ।ଅତିଥିମାନେ କର୍ମବୀର ଗୌରୀଶଙ୍କର ରାୟଙ୍କ ସାରସ୍ୱତ ସାହିତ୍ୟ କୃତି ଉପରେ ଆଲୋଚନା କରିବା ସହ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ଼. ଭାରତୀ ପାଲ ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking