27.7 C
Bhubaneswar
Sunday, April 19, 2026
Homeଦେଶ ବିଦେଶବାଣ ତିଆରି କାରଖାନାରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୧୬ଜଣଙ୍କ ଜୀବନ

ବାଣ ତିଆରି କାରଖାନାରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୧୬ଜଣଙ୍କ ଜୀବନ

ଚେନ୍ନାଇ : ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ବାଣ ତିଆରି କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ପ୍ରାୟ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢ଼ିବାର ଆଶଙ୍କା କରାଯାଉଛି। କଟ୍ଟାନାରପଟ୍ଟି ଅଞ୍ଚଳରେ ଥିବା ଏକ ବାଣ ୟୁନିଟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହି ନିଆଁର ପ୍ରକୋପ ଏତେ ଥିଲା ଯେ ଏହା ଦେଖୁ ଦେଖୁ ପାଖରେ ଥିବା ଅନ୍ୟ ୪ଟି ୟୁନିଟକୁ ନିଜ କବଜାକୁ ନେଇଥିଲା। ଘଟଣାସ୍ଥଳରୁ ବର୍ତ୍ତମାନ ସୁଦ୍ଧା ୧୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆହତ ୬ ଜଣଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଭଗ୍ନାବଶେଷ ତଳେ ଫସି ରହିଥିବା ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ଅପରେସନ ଜାରି ରଖିଛନ୍ତି। ସ୍ଥାନୀୟ ପ୍ରଶାସନ ସମଗ୍ର ଅଞ୍ଚଳକୁ ସିଲ୍ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ବାଣ ତିଆରି ବେଳେ ସୁରକ୍ଷା ନିୟମର ଉଲ୍ଲଂଘନ ଯୋଗୁଁ ଏହି ଅଘଟଣ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ବିସ୍ଫୋରଣର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି। ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢ଼ିବାର ମଧ୍ୟ ଆଶଙ୍କା କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking