28.5 C
Bhubaneswar
Wednesday, April 22, 2026
Homeଓଡିଶାକୋରାପୁଟରେ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା

କୋରାପୁଟରେ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା

କୋରାପୁଟ: ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି।

ଏହି ଆଦେଶନାମା ଅନୁଯାୟୀ ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। ତଥାପି ଶିକ୍ଷକ ଓ ଅନ୍ୟ ସ୍କୁଲ କର୍ମଚାରୀମାନେ ପ୍ରତିଦିନ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ଜିଲା ପ୍ରଶାସନଙ୍କ ପକ୍ଷରୁ ଏହି ପଦକ୍ଷେପ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ମୁଖ୍ୟତଃ ଧ୍ୟାନରେ ରଖି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking