38.1 C
Bhubaneswar
Friday, April 24, 2026
Homeଓଡିଶାଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ

ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

https://www.youtube.com/watch?v=7wQOocLiHDE
5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking