31.1 C
Bhubaneswar
Saturday, April 25, 2026
Homeଦେଶ ବିଦେଶମହାନଦୀ ଜଳ ବିବାଦ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ମହାନଦୀ ଜଳ ବିବାଦ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ବିଜେଡି । ବିଜେଡି ସାଂସଦ ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ମାମଲାରେ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି । ମହାନଦୀ ଟ୍ରିବ୍ୟୁନାଲରେ ଏହି ସମ୍ବେଦନଶୀଳ ମାମଲାର ଶୁଣାଣି ମେ ୨ ତାରିଖରେ ରହିଛି । ତା ପୂର୍ବରୁ ରାଜ୍ୟ ଜଳସମ୍ପଦ ବିଭାଗ ଏବଂ ଆଇନ ବିଭାଗ ସହ ମୁଖ୍ୟମନ୍ତ୍ରୀ ବୈଠକ ଡାକନ୍ତୁ । ଓଡିଶାର ପକ୍ଷ ଟ୍ରିବ୍ୟୁନାଲ ଆଗରେ ରଖନ୍ତୁ ଯେମିତି ମହାନଦୀ ଜଳବିବାଦ ମାମଲାର ସମାଧାନ ହୋଇପାରିବ । ଗତ ୨୦ ତାରିଖରେ ଟ୍ରିବ୍ୟୁନାଲ ଏହି ମାମଲାର ଶୁଣାଣି କରି ଅସନ୍ତୋଷ ପ୍ରକାଶ କରିଥିଲେ । ବିଜେଡି ସାଂସଦ ସସ୍ମିତ ପାତ୍ର ଏ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking