ଭୁବନେଶ୍ୱର: ଶୁକ୍ରବାର ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଚୟନ କରାଯିବ । ସେଥିପାଇଁ କେନ୍ଦ୍ରୀୟ ସହପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପାଇଥିବା ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାତିରେ କୋଲକାତା ଯାତ୍ରା କରିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ଅମିତ ଶାହାଙ୍କ ସହ ମୋହନ ମାଝୀଙ୍କର ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହେବ । ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସି ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ । ଶନିବାର କୋଲକାତାରେ ପଶ୍ଚିମବଙ୍ଗ ସରକାରଙ୍କ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋହନ ମାଝୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି ।










