33.1 C
Bhubaneswar
Tuesday, May 12, 2026
Homeଓଡିଶାରାଜ୍ୟରେ ୧୩ରୁ ଅସମ୍ଭାଳ ତାତି !

ରାଜ୍ୟରେ ୧୩ରୁ ଅସମ୍ଭାଳ ତାତି !

ଭୁବନେଶ୍ୱର: ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ । ଏଥର ସ୍ୱାଭାବିକ ସମୟରେ ଆସିବ ମୌସୁମୀ । ଚଳିତ ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ଅର୍ଥାତ ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହେବାକୁ ପାଗ ସାଥ ଦେଉଛି । ଏପଟେ ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲ୍ଲୋ ୱାଣ୍ଣିଂ ରହିଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ କାଳ ବୈଶାଖୀ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୧୭ଟି ଜିଲ୍ଲାକୁ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ୟେଲ୍ଲୋ ୱାଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଆଗାମୀ ୧୩ ତାରିଖରୁ ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏଁ ବୃଦ୍ଧି ପାଇବାକୁ ନେଇ ପୂର୍ବାନୁମାନ କରିଛି ବିଭାଗ । ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିିଭିନ୍ନ ସ୍ଥାନରେ କ।।ଳବୈଶାଖୀ ପ୍ରଭାବ ରହିପାରେ । ମଙ୍ଗଳବାର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରିର ସ୍ଥାନେ ସ୍ଥାନେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏଥିମଧ୍ୟରୁ କେତେକ ସ୍ଥାନରେ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking