ଭୁବନେଶ୍ୱର: ଗୁରୁବାର ପୁଣି ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ। ସନ୍ଧ୍ୟା ୫ଟାରେ ବସିବ ବୈଠକ। ଯେଉଁଥିରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଉପସ୍ଥିତ ରହିବେ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା ହେବ। ସମସ୍ତ ଜିଲ୍ଲାର ଏସପି ଭିସି ଜରିଆରେ ଯୋଡି ହେବେ । ଶନିବାର ପଶ୍ଚିମବଙ୍ଗରୁ ଫେରିବା ପରେ ଲୋକସେବା ଭବନରେ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରି ଡିଜିଙ୍କ ଉପରେ କ୍ଷୋଭ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତୁରନ୍ତ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀ ବୈଠକ ଡାକିଛନ୍ତି ।










