34.1 C
Bhubaneswar
Friday, May 15, 2026
Homeଓଡିଶାରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି।ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ।ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍‌ସନ ଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking