35.1 C
Bhubaneswar
Monday, May 18, 2026
Homeଓଡିଶାବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ: ଚାଲିଛି କୋର କମିଟି ବୈଠକ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ: ଚାଲିଛି କୋର କମିଟି ବୈଠକ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ।ଚାଲିଛି କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ଓ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର , ସହ ପ୍ରଭାରୀ ଲତା ଉସେଣ୍ଡୀ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କମିଟି ବୈଠକରେ ଯୋଗ ଦେଇଛନ୍ତି । ଦୁଇ ଉପମୁଖ୍ୟମନନ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡା, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ , ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା , ସାଂସଦ ପ୍ରତାପ ଷଡଙ୍ଗୀ, ସମ୍ବିତ ପାତ୍ର ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking