ଭଦ୍ରକ: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାରେ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଘୋଷଣା କରାଯାଇଛି । କାଲିଠୁ ଆସନ୍ତା ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର । ଗରମ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ବନ୍ଦ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପିଲାଙ୍କ ଘରେ ଶୁଖିଲା ଖାଦ୍ୟ ପହଞ୍ଚାଇବାକୁ ଚିଠିରେ ଉଲ୍ଲେଖ ରହିଛି ।










