ମେଷ: ଆଜି ଆପଣ ଚିନ୍ତାମୁକ୍ତ ହୋଇପାରନ୍ତି। ମନରେ ସେବାଭାବନା ଜାଗ୍ରତ ହେବ। ଆକସ୍ମିକ ଭାବେ ବ୍ୟବସାୟରୁ ଲାଭ ପାଇବେ। କୃଷି କ୍ଷେତ୍ରକୁ ତ୍ୱରାନ୍ୱିତ କରିବେ।
ବୃଷ: ଆର୍ôଥକ ଉନ୍ନତି ପାଇଁ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ର ଏପରିକି ସର୍ବଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମିଥୁନ: ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ। ତ୍ୟାଗପୂତ ମନୋବୃତି ବହନ କରିପାରନ୍ତି। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଂଚଳମନା ହେବେ। ଅତିଖୁଶୀ ରହିବେ।
କର୍କଟ: ପ୍ରୀତି ଭୋଜନ ମିଳିପାରେ। ଦେବଦର୍ଶନ ଓ ପୂଜାର୍ଚ୍ଚନାରେ ଲିପ୍ତ ରହିବେ। ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ ହେବେ।
ସିଂହ: କର୍ମକ୍ଷେତ୍ରରୁ ପ୍ରତିବନ୍ଧକ ଦୂରୀଭୂତ ହେବ। ଅତିଥି ସତ୍କାର ପାଇ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମନସ୍କାମନା ପୂର୍ଣ୍ଣ ହୋଇପାରେ। ବ୍ୟବସାୟରେ ଲାଭବାନ ହେବେ।
କନ୍ୟା: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ହସଖୁସିର ସମୟ ବତାଇବେ। ବିଭିନ୍ନସ୍ତରରୁ ସ୍ନେହ ଶ୍ରଦ୍ଧା ଲାଭ କରିବେ।
ତୁଳା: ହଜିଥିବା ଦ୍ରବ୍ୟ ପୁନର୍ବାର ହସ୍ତଗତ ହେବ। ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନରେ ସେବା ଭାବନା ଜାଗ୍ରତ ହେବ।
ବିଛା: ସଫଳତାର ସୂଚନା ମିଳିପାରେ। ଭ୍ରମଣ ଯୋଗ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଯଶସ୍ୱୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପଦ ହେବ।
ଧନୁ: ଶିକ୍ଷା କ୍ଷେତ୍ରରେ ଅଧିକ ଅଭିଜ୍ଞତା ଅର୍ଜନ କରିପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ।
ମକର: ପିତାଙ୍କ ସ୍ୱାସ୍ଥ୍ୟ ପାଇ ଚିନ୍ତିତ ହୋଇପାରନ୍ତି। ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ। କର୍ତ୍ତବ୍ୟ ପରାୟଣ ହେବେ। ପଡ଼ୋଶୀଙ୍କ ସହ ଉତମ ବୁଝାମଣା ହେବ।
କୁମ୍ଭ: ପିଲାଙ୍କ ପଢ଼ାପଢ଼ି ପାଇଁ ବ୍ୟସ୍ତ ରହିବେ। କଳ୍ପନା ବିଳାସୀ ହୋଇପାରନ୍ତି। ମନରେ ସରସତା ଆସିବ। ପାରିବାରିକ ସୁଖ ମିଳିବ। ଶତୃତମନ କରିପାରନ୍ତି।
ମୀନ: ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଲାଭ କରିବେ। ହଠାତ କିଛି ଅର୍ଥ ପାଇ ଚିନ୍ତାମୁକ୍ତ ହେବେ। ଚଂଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ବାଣିଜ୍ୟେ ବସତି ଲକ୍ଷ୍ମୀ ଯୋଗ ଅଛି।










