35.1 C
Bhubaneswar
Thursday, May 28, 2026
Homeଓଡିଶାଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୨ରୁ ଆରମ୍ଭ ହୋଇ ୧୦ ତାରିଖରେ ଶେଷ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବୁଧବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଜୁଲାଇ ୨ରେ ପ୍ରଥମ ଭାଷା ଓଡ଼ିଆ, ୪ରେ ଦ୍ବିତୀୟ ଭାଷା ଇଂରାଜୀ, ୬ରେ ଗଣିତ, ୮ରେ ବିଜ୍ଞାନ, ୯ରେ ସାମାଜିକ ବିଜ୍ଞାନ ଏବଂ ୧୦ରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଉଭୟ ରେଗୁଲାର ଏବଂ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ।କେବଳ ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍‌ ସମୟ ମିଳିବ। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଦ୍ବିତୀୟ) ପରୀକ୍ଷା ପାଇଁ ସୂଚୀ ପ୍ରକାଶ ପାଇଛି। ଜୁଲାଇ ୨ରେ ମାତୃଭାଷା, ୩ରେ ପେଣ୍ଟିଂ, ୪ରେ ଇଂରାଜୀ, ୬ରେ ଗଣିତ, ୭ରେ ହୋମ ସାଇନ୍ସ, ୮ରେ ବିଜ୍ଞାନ, ୯ରେ ସାମାଜିକ ବିଜ୍ଞାନ, ୧୦ରେ ଭାରତୀୟ ସଂସ୍କୃତି ଓ ଐତିହ୍ୟ ବିଷୟରେ ପରୀକ୍ଷା ହେବ।ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୧୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ କରିଛନ୍ତି। ଅଗଷ୍ଟ ସୁଦ୍ଧା ଫଳ ପ୍ରକାଶ ପାଇଁ ବୋର୍ଡ ଯୋଜନା କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking