24.1 C
Bhubaneswar
Friday, May 29, 2026
Homeଓଡିଶାଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବାକୁ ସେ ଓଡ଼ିଶା ଆସିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ(ସୋଆ)ରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ନିକଟରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିଲେ । ବର୍ଷ ପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲି । ଜୁନ୍ ୧୨, ୨୦ ବା ସେପ୍ଟେମ୍ବର ୧୭ରେ ଆସିବାକୁ ନିମନ୍ତ୍ରଣ କରିଛି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ସମ୍ମତି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ(ପିଏମଓ)ରୁ ଏ ନେଇ ସୂଚନା ଦିଆଯାଇଛି । ତେବେ ପ୍ରଧାନମନ୍ତ୍ରୀ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ଆସିବେ ତାହା ଖୁବଶୀଘ୍ର ଚୂଡ଼ାନ୍ତ ହେବ ବୋଲି ଜଣାପଡ଼ିଛି । ସରକାରଙ୍କ ବର୍ଷପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଜୁନ୍ ୧୨ ବା ୨୦ ତାରିଖରେ ସେ ଆସିପାରନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking