ଭୁବନେଶ୍ୱର: ଆଜି ଆରମ୍ଭ ହେଲା ୧୮ତମ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି। ୟୁନିଟ ୨ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ଅଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ, ଯୋଗାଣ ମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ରାଜ୍ୟ ସଡ଼କ ପରିବହନ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଉପସ୍ଥିତ ଅଛନ୍ତି। ମନ୍ତ୍ରୀଙ୍କ ସହ ସବୁ ବିଭାଗର ସଚିବ ମାନେ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ଡିସିପି ମଧ୍ୟ ଅଛନ୍ତି। ସୂଚନା ଅନୁଯାୟୀ, ଗତ ଏପ୍ରିଲ ୨୭ ତାରିଖରେ ଯେଉଁମାନେ ଅନଲାଇନ୍ ଯୋଗେ ନାମ ଓ ଅଭିଯୋଗ ବାବଦରେ ପଞ୍ଜିକରଣ କରିଥିଲେ, ସେହିମାନେ ହିଁ କେବଳ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ଅଭିଯୋଗ ଶୁଣାଣିକୁ ଆସିଛନ୍ତି । ଅଭିଯୋଗ ପ୍ରକୋଷ୍ଠକୁ ଆସିବା ବେଳେ ସାଙ୍ଗରେ ଆଣିଥିବା ଅଭିଯୋଗ ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି।










