38.1 C
Bhubaneswar
Tuesday, June 2, 2026
Homeଓଡିଶାରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି: ଆସନ୍ତା ୨୦ରେ ରାଇରଙ୍ଗପୁର କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି: ଆସନ୍ତା ୨୦ରେ ରାଇରଙ୍ଗପୁର କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ ତାରିଖରେ ମୟୂରଭଞ୍ଜ  ଜିଲ୍ଲା ରାଇରଙ୍ଗପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀ ଯୋଗଦେବା ପାଇଁ ସ୍ୱୀକୃତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ  ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେହେତୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ତେଣୁ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରି ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ବୈଠକରୁ ଜଣାଯାଇଛି ଯେ, ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଅବସରରେ ଓଡିଶା ପାଇଁ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି।ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking