ଗଞ୍ଜାମ: ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।ସୂଚନା ଅନୁଯାୟୀ, ମହେନ୍ଦ୍ରଗିରି ମେଳା ଦେଖି ଫେରୁଥିବା ବେଳେ ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଗତକାଲି ଜଣେ ଏବଂ ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଥିଲା।










