ଭୁବନେଶ୍ୱର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ଏହାରି ପୂର୍ବରୁ ଟ୍ୱିଟ ଯୋଗେ ମହାମହିମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ରାଷ୍ଟ୍ରପତି ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ।










