ଭୁବନେଶ୍ୱର: ରାଜଧାନୀରେ ପୁଣି ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ କେଳୁ ଚରଣ ପାର୍କ ନିକଟରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଅତି ନିର୍ମମ ଭାବେ ହାଣି ହତ୍ୟା କରିଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।ସୂଚନା ଅନୁଯାୟୀ, କିଛି ଦୁର୍ବୃତ୍ତ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ, ଯାହା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।










