ମୟୁରଭଞ୍ଜ: ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତିରେ ରାଷ୍ଟ୍ରପତି ଜନ ସମାବେଶକୁ ସମ୍ବୋଧନ କରିଛନ୍ତି । କହିଛନ୍ତି, ପାହାଡପୁର, ରାଇରଙ୍ଗପୁର ଆସିଥିବାରୁ କୃତଜ୍ଞତା ଜଣାଉଛି । ଦେଶ ପ୍ରତି ତାଙ୍କର ଭଲ ପାଇବା ପାଇଁ ଧନ୍ୟବାଦ ଜଣାଉଛି । ଓଡିଶା ପାଇଁ ଅନେକ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ହୋଇଛି । ମୟୁରଭଞ୍ଜ ପାଇଁ ଉନ୍ନତି ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରାଯାଇଛି । ପ୍ରଧାନମନ୍ତ୍ରୀ ମୋର ଛୋଟ ଗାଁକୁ ଆସିବା ମାଟି ପ୍ରତି ତାଙ୍କର ମୋହ ରହିଛି । ଜନଜାତିଙ୍କ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଅନେକ କିଛି ଭେଟି ଦେଇଛନ୍ତି । ଏହା ଦ୍ୱାରା ସ୍ଥାନୀୟ ଜନଜାତି ଲୋକେ ବେଶ ଉପକୃତ ହେବେ । ଯେଉଁସ୍ତରକୁ ଗଲେ ବି ସ୍ଥାନୀୟ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ କରୁଛି । ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି । ନିର୍ବାଚିତ ପିଏମ ଭାବେ ସର୍ବାଧିକ ସମୟ ଶାସନରେ ରହିବା ନେଇ ବଧାଇ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃ୍ତ୍ୱ ପାଇଁ ବିଶ୍ୱରେ ସମ୍ମାନ ବଢିଛି । କୋଭିଡ ମହାମାରୀ ସମୟରେ ସାରା ବିଶ୍ୱକୁ ଟୀକା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର୍ଯ୍ୟକୁ ପ୍ରଶଂସା କରୁଛି । ମୋହନ ମାଝୀଙ୍କ ନେତୃତ୍ୱରେ ରାଜ୍ୟକୁ ବହୁତ ପୁଞ୍ଜି ଆସିଛି । ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରବିଚ୍ଛିନ୍ନ ଉଦ୍ୟମ କରୁଛନ୍ତି ।










