38.4 C
Bhubaneswar
Friday, June 26, 2026
Homeଦେଶ ବିଦେଶକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛାର ସୁଅ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି କେନ୍ଦ୍ରମନ୍ତ୍ରୀ ଓ ବିଜେପିର ଜାତୀୟ ନେତା ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ । ଏହି ଅବସରରେ ଦେଶର ବିଭିନ୍ନ ନେତାମାନେ ତାଙ୍କୁ ଉଷ୍ମ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ତାଙ୍କର ଦୀର୍ଘାୟୁ, ସୁସ୍ଥ ଜୀବନ ଏବଂ ଦେଶସେବାରେ ଅଧିକ ସଫଳତା କାମନା କରିଛନ୍ତି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମଧ୍ୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମାଆ ସମଲେଇଙ୍କ ନିକଟରେ ପ୍ରାର୍ଥନା କରି ଧର୍ମେନ୍ଦ୍ର ପ୍ରଧାନଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ ପାଇଁ କାମନା କରିଛନ୍ତି । ଦେଶର ବିଭିନ୍ନ ରାଜନୈତିକ ନେତା, କାର୍ଯ୍ୟକର୍ତ୍ତା ଏବଂ ସମର୍ଥକମାନେ ମଧ୍ୟ ସୋସିଆଲ୍ ମିଡିଆ ମାଧ୍ୟମରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି । ଜନ୍ମଦିନ ଅବସରରେ ତାଙ୍କର ସାର୍ବଜନୀନ ଜୀବନ ଓ ଦେଶସେବାରେ ଅବଦାନକୁ ସମସ୍ତେ ସ୍ମରଣ କରିଛନ୍ତି ଏବଂ ଆଗାମୀ ଦିନରେ ଅଧିକ ସଫଳତା କାମନା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking