32.4 C
Bhubaneswar
Wednesday, July 1, 2026
Homeଓଡିଶାଲଘୁଚାପ ପ୍ରଭାବରେ ରାଜ୍ୟରେ ସପ୍ତାହେ ଧରି ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ସପ୍ତାହେ ଧରି ବର୍ଷା ସମ୍ଭାବନା

ଭୁବନେଶ୍ୱର:  ରାଜ୍ୟରେ ପାଣିପାଗ ପରିବର୍ତ୍ତନ ସ୍ପଷ୍ଟ ଭାବେ ଦେଖାଦେଇଛି । ଟ୍ବିନ୍ ସିଟି ଭୁବନେଶ୍ୱର-କଟକରେ ଗତ କିଛି ଦିନ ଧରି ଝିପିଝିପି ବର୍ଷା ଲାଗି ରହିଛି । ଆକାଶ ମେଘାଚ୍ଛନ୍ନ ଥିବାରୁ ଶୀତଳ ପରିବେଶ ସୃଷ୍ଟି ହୋଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ସାରା ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ସମ୍ଭାବନା ରହିଛି ।ଆଜି ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଆହ୍ୱାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking