31 C
Bhubaneswar
Wednesday, July 1, 2026
Homeଓଡିଶାଓଡିଆ ଚଳଚ୍ଚିତ୍ର ‘ଆଫା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଓଡିଆ ଚଳଚ୍ଚିତ୍ର ‘ଆଫା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ରୀ ପ୍ରୀତିରାଜ ଶତପଥୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ଶ୍ରୀମତୀ ନୈନା ଦାଶ ତିୱାରୀଙ୍କ ଦ୍ୱାରା ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଆଫା’କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ଚଳଚ୍ଚିତ୍ରଟି ଅଙ୍ଗଦାନର ବିଷୟବସ୍ତୁ ଉପରେ ଆଧାରିତ । ମାନବିକତାକୁ ପ୍ରେରଣା ଦେବା ଏବଂ ଯୁବସମାଜ ମଧ୍ୟରେ ସଚେତନତା ସୃଷ୍ଟି କରିବା ଦିଗରେ ଏହି ଚଳଚ୍ଚିତ୍ରର କାହାଣୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଏହି ଚଳଚ୍ଚିତ୍ରରେ ଦୀର୍ଘଦିନ ଧରି ଗୁରୁତର ରୋଗରେ ପୀଡିତ ଏକ ୧୬ ବର୍ଷର ଝିଅ ନିଜ ଅଙ୍ଗ ଦାନ କରିବା ପାଇଁ ଆଗେଇ ଆସିଛି । ଜୀବନର ସମସ୍ତ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଏହି ଅସୀମ ସାହସର ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଚଳଚ୍ଚିତ୍ରଟି ଏକ ସାମାଜିକ ଆଦର୍ଶ ସୃଷ୍ଟି କରିବାରେ ସଫଳ ହେବ ବୋଲି ଆଶା କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking